ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩୧୮୭୭ , ସୁସ୍ଥ ସଂଖ୍ୟା ୧୯୭୪୬ ଓ ମୃତ ସଂଖ୍ୟା ୧୭୭ ।

0 1,041

ଭୁବନେଶ୍ଵର,ତା-୩୧/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୦,୩୬୪ ମଧ୍ୟରୁ ୭,୧୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୪,୨୦୦ ମଧ୍ୟରୁ ୧,୬୭୪ ଜଣ ସୁସ୍ଥ ,୨୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୪୯୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୫,୧୪,୫୭୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୩୧,୮୭୭ ଚିହ୍ନଟ ହୋଇଛନ୍ତି ୧୯,୭୪୬ ଜଣ ସୁସ୍ଥ ହୋଇଥିବା ବେଳେ ୧୧,୯୧୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୭୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୭ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୪୯୯ ଜଣଙ୍କ ମଧ୍ୟରୁ ୯୧୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୮୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.