ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩୭୬୮୧ , ସୁସ୍ଥ ସଂଖ୍ୟା ୨୩୦୭୪ ଓ ମୃତ ସଂଖ୍ୟା ୨୧୬ ।

0 1,084

ଭୁବନେଶ୍ଵର,ତା-୦୪/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୧,୬୧୧ ମଧ୍ୟରୁ ୭,୮୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୭ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୫,୧୧୫ ମଧ୍ୟରୁ ୨,୦୭୫ ଜଣ ସୁସ୍ଥ ,୩୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୩୮୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୦୭୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୫,୭୦,୫୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୩୭,୬୮୧ ଚିହ୍ନଟ ହୋଇଛନ୍ତି ୨୩,୦୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୩୪୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୧୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୪୨ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୩୮୪ ଜଣଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୯୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.