ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୧୨୦୧ , ସୁସ୍ଥ ସଂଖ୍ୟା ୭୦୦୬ ।

0 1,548

ଭୁବନେଶ୍ଵର,ତା-୦୯/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୩୦୯୬ ମଧ୍ୟରୁ ୧୬୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୧୩୫ ମଧ୍ୟରୁ ୮୦୧ ଜଣ ସୁସ୍ଥ ,୦୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୨ ହୋଇଛି । ନୂତନ ଆକ୍ରାନ୍ତ ୫୭୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୧୪୯୮୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୧୨୦୧ ଚିହ୍ନଟ ହୋଇଛନ୍ତି । ୭୦୦୬ ଜଣ ସୁସ୍ଥ ହୋଇଥିବା ବେଳେ ୪୧୨୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୫ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୭୭ ଜଣଙ୍କ ମଧ୍ୟରୁ ୧୬୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୧୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.