ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୪୦୭୧୭ , ସୁସ୍ଥ ସଂଖ୍ୟା ୨୫୭୩୮ ଓ ମୃତ ସଂଖ୍ୟା ୨୩୫ ।

0 1,211

ଭୁବନେଶ୍ଵର,ତା-୦୬/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୨,୦୮୦ ମଧ୍ୟରୁ ୮,୬୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୫,୫୩୧ ମଧ୍ୟରୁ ୨,୪୧୮ ଜଣ ସୁସ୍ଥ ,୩୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୬୯୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୬,୦୦,୫୯୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୪୦,୭୧୭ ଚିହ୍ନଟ ହୋଇଛନ୍ତି ୨୫,୭୩୮ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୬୯୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୨୩୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୪୫ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୬୯୯ ଜଣଙ୍କ ମଧ୍ୟରୁ ୧,୦୭୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୨୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.