ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୫୪୬୩୦ , ସୁସ୍ଥ ସଂଖ୍ୟା ୩୭୯୦୧,ମୃତ୍ୟୁ ସଂଖ୍ୟା ୩୨୪ ।

0 1,147

ଭୁବନେଶ୍ଵର,ତା-୧୪/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୪,୧୨୨ ମଧ୍ୟରୁ ୧୧,୮୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୭,୭୮୪ ମଧ୍ୟରୁ ୪,୩୫୯ ଜଣ ସୁସ୍ଥ ,୪୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୧,୯୭୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୮,୦୭,୮୨୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୫୪,୬୩୦ ଚିହ୍ନଟ ହୋଇଛନ୍ତି ୩୭,୯୦୧ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୩୫୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୯୭୭ ଜଣଙ୍କ ମଧ୍ୟରୁ ୧,୨୪୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୭୩୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.