ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୬୦ ହଜାର ପାର,ମୃତ୍ୟୁ ସଂଖ୍ୟା ୩୪୩ ।

0 1,087

ଭୁବନେଶ୍ଵର,ତା-୧୬/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୪,୭୬୭ ମଧ୍ୟରୁ ୧୨,୩୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୮,୬୫୦ ମଧ୍ୟରୁ ୪,୭୪୬ ଜଣ ସୁସ୍ଥ ,୪୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୯୨୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୦୫୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୯,୦୮,୫୦୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୬୦,୦୫୦ ଚିହ୍ନଟ ହୋଇଛନ୍ତି ୪୦,୭୨୭ ଜଣ ସୁସ୍ଥ ହୋଇଥିବା ବେଳେ ୧୮,୯୨୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୪୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୯୨୪ ଜଣଙ୍କ ମଧ୍ୟରୁ ୧,୮୧୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୦୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.