ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୮୪୨୩୨, ସୁସ୍ଥ ସଂଖ୍ୟା ୫୬୯୨୫,ମୃତ ସଂଖ୍ୟା ୪୨୮ ।

0 1,131

ଭୁବନେଶ୍ଵର,ତା-୨୫/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୬,୭୪୦ ମଧ୍ୟରୁ ୧୪,୬୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୨,୭୯୧ ମଧ୍ୟରୁ ୭,୧୯୯ ଜଣ ସୁସ୍ଥ ,୫୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୭୫୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୪,୨୧,୯୫୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୮୪,୨୩୧ ଚିହ୍ନଟ ହୋଇଛନ୍ତି ୫୬,୯୨୫ ଜଣ ସୁସ୍ଥ ହୋଇଥିବା ବେଳେ ୨୬,୮୨୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୨୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୭୫୨ ଜଣଙ୍କ ମଧ୍ୟରୁ ୧,୭୦୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୪୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.