ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୨୫୨୬ , ସୁସ୍ଥ ସଂଖ୍ୟା ୭୯୭୨ ଓ ମୃତ ସଂଖ୍ୟା ୬୧ ।

0 730

ଭୁବନେଶ୍ଵର,ତା-୧୧/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୩୬୩୪ ମଧ୍ୟରୁ ୧୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୧ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୨୪୧ ମଧ୍ୟରୁ ୮୩୧ ଜଣ ସୁସ୍ଥ ,୦୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୩ ହୋଇଛି । ନୂତନ ଆକ୍ରାନ୍ତ ୫୭୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨୭୨୮୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୨୫୨୬ ଚିହ୍ନଟ ହୋଇଛନ୍ତି । ୭୯୭୨ ଜଣ ସୁସ୍ଥ ହୋଇଥିବା ବେଳେ ୪୪୭୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୧୮ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୭୦ ଜଣଙ୍କ ମଧ୍ୟରୁ ୩୮୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୮୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.