ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୧୪୮୯୮ , ସୁସ୍ଥ ସଂଖ୍ୟା ୯୮୬୪ ଓ ମୃତ ସଂଖ୍ୟା ୭୭ ।

0 1,176

ଭୁବନେଶ୍ଵର,ତା-୧୫/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୪୬୨୧ ମଧ୍ୟରୁ ୨୭୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୩ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୫୩୦ ମଧ୍ୟରୁ ୯୭୨ ଜଣ ସୁସ୍ଥ ,୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ନୂତନ ଆକ୍ରାନ୍ତ ୬୧୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୫୩୮୨୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୪୮୯୮ ଚିହ୍ନଟ ହୋଇଛନ୍ତି । ୯୮୬୪ ଜଣ ସୁସ୍ଥ ହୋଇଥିବା ବେଳେ ୪୯୩୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୨୪ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୬୧୮ ଜଣଙ୍କ ମଧ୍ୟରୁ ୪୧୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୦୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି

Leave A Reply

Your email address will not be published.