ଭୁବନେଶ୍ବର: ଆଉ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ,
ଜଗତସିଂହପୁର ଜିଲ୍ଲା ବାଲିକୁଦାର ସିଡିପିଓ ସରଳା ଦେଇ,ଜଗତସିଂହପୁର ବାଲିକୁଦାର ଅଙ୍ଗନୱାଡି ସୁପରଭାଇଜର ପ୍ରତିମା ସାହୁ,ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୁଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା,ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।
Prev Post