ଲକ୍ଷ୍ମଣ ନାୟକଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ ।

0 244

ମାଲକାନଗିରି,୨୨/୧୧(ପିପିଟି):ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳନ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଶାଲ ସିଂଙ୍କ ତତ୍ତ୍ଵାବଧାନରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ଚନ୍ଦ୍ର ନାଏକ ଯୋଗ ଦେଇ ଲକ୍ଷ୍ମଣଙ୍କ ବୀରତ୍ଵ ଓ ବଳିଦାନ ଦେଶ ପ୍ରେମର ଅନନ୍ୟ ଉଦାହରଣ ବୋଲି କହିଛନ୍ତି । ମୁଖ୍ୟବକ୍ତା ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା ଯୋଗ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବକ୍ତୃତା ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା । ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଲକ୍ଷ୍ମୀପ୍ରିୟା ନାୟକ,ମଡେଲ ଡିଗ୍ରୀ କଲେଜର ନିବେଦିତା ମିଶ୍ର ଏବଂ ସତ୍ୟ ନାରାୟଣ କଲେଜର ଅଭିଷେକ ପଟ୍ଟନାୟକ,କେନ୍ଦ୍ରୀୟ ବିଦ୍ୟାଳୟର ରୁଦ୍ର ମାଧବ ଚୌଧୁରୀଙ୍କୁ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଏବଂ ଯୁଗ୍ମ ଭାବେ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ଏହି ଶିକ୍ଷାନୁଷ୍ଠାନର ଶିକ୍ଷାର୍ଥୀମାନେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ଯାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡଃ ସରୋଜ ଦାସ , ଅଧ୍ୟାପକ , ଅଧ୍ୟାପିକା,ଶିକ୍ଷାର୍ଥୀବୃନ୍ଦଙ୍କ ସମେତ ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ।
(ରିପୋର୍ଟ ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.