ଅପରେସନ କ୍ଲିନରେ ଭଞ୍ଜନଗର ପୁଲିସ ହାତରେ ୯ ଅପରାଧୀ ; ୫ ପିସ୍ତଲ ଜବତ

0 593

ଭଞ୍ଜନଗର, ୨୭/୦୫(ପିପିଟି):ବେଆଇନ ବନ୍ଧୁକ ରଖିଥିବା ଅପରାଧୀଙ୍କୁ ଦମନ କରିବା ପାଇଁ ଗଞ୍ଜାମ ଜିଲ୍ଲା ପୁଲିସ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଅପରେସନରେ ଆଉ ଏକ ସଫଳତା ମିଳିଛି। ଭଞ୍ଜନଗର ପୁଲିସ ଆଜି ୯ଜଣ ଅଭିଯୁକ୍ତଙ୍କୁ କାବୁ କରିବା ସହ ସେମାନଙ୍କ ଠାରୁ ୫ଟି ବନ୍ଧୁକ,ଦୁଇଟି ଖେଳନା ପିସ୍ତଲ ସହ ୧୬ରାଉଣ୍ଡ ବିଭିନ୍ନ ପ୍ରକାରର ଜୀବନ୍ତ ଗୁଳି ଜବତ କରିବା ସହ ଗୋଟିଏ କାତି ଓ ଗୋଟିଏ ଖଣ୍ଡା ସମେତ ୫ଟି ମୋବାଇଲ ଜବତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜନ କୁମାର ଦେ ସୂଚନା ଦେଇଛନ୍ତି। ଭଞ୍ଜନଗର ପୁଲିସ ପକ୍ଷରୁ ଏଭଳି ବେଆଇନ ବନ୍ଧୁକ ଧରିବା ଦିଗରେ ସ୍ୱତନ୍ତ୍ର ଟିମ ଗଠନ ହୋଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ଗତକାଲି ରାତିକାଳୀନ ପେଟ୍ରୋଲିଂ ଚାଲିଥିବା ବେଳେ ଜିଲୁଣ୍ଡି ତାରିଣୀ ମନ୍ଦିର ଭିତରେ ସନ୍ଦେହ ଜନକ ଭାବେ କିଛି ଲୋକ ବସିଥିବା ଖବର ପାଇଥିଲେ। ପୁଲିସ ସେଠାରେ ପହଞ୍ଚିବାରୁ ସେମାନେ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ଭୁବନେଶ୍ୱର ନୟାପଲିର ସରୋଜ ଦାସ,ବେଲଗୁଣ୍ଠା ଥାନା ଅଞ୍ଚଳର ବ୍ରଜ ମୋହନ ସାହୁ,କଇଣ୍ଡି ଗ୍ରାମର ଅନୀଲ ବେହେରା, ଲାଲସିଙ୍ଗିର ସନାତନ ପ୍ରଧାନଙ୍କୁ ଧରିବାରେ ସକ୍ଷମ ହୋଇଥିଲେ। ଏହା ପରେ ସେମାନଙ୍କୁ ପଚରାଉଚରା କରିବା ବେଳେ ଆଉ ୫ଜଣ ଲଣ୍ଡେଇ ସାହିର ଏକ ଭଡା ଘରେ ରହିଥିବା ସେମାନେ କହିଥିଲେ। ଏହା ପରେ ପୁଲିସ ଲଣ୍ଡେଇସାହି ସ୍ଥିତ ଭଡା ଘରେ ଚଢ଼ାଉ କରି ଅଗଝୋଳ ଗ୍ରାମର ଦିବ୍ୟାଙ୍ଗ ଆରୁଖ, ଜାମପଲିର ସୁନୀଲ ସାବତ,ଲଣ୍ଡେଇ ସାହିର ସଂଗ୍ରାମ କିଶୋର ଭୂୟାଁ, ଜିଲୁଣ୍ଡିର ବାଦଲ ସାହୁ ଓ ବିଞ୍ଝଗିରିର ଟୁକୁନା ପାତ୍ରକୁ ଗିରଫ କରିବା ସହ ସମସ୍ତ ଅଭିଯୁକ୍ତକୁ ଯାଞ୍ଚ କରିବା ସମୟରେ ବନ୍ଧୁକ ଗୁଳି ଓ ମାରଣାସ୍ତ୍ର ଆଦି ମିଳିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିରେ ଅତିରିକ୍ତ ଏସ୍ପି ଶ୍ରୀ ଦେ ଙ୍କ ସମେତ ଏସଡିପିଓ ସୁଜିତ କୁମାର ନାୟକ,ଥାନାଧିକାରୀ ଜୀବନାନନ୍ଦ ଜେନା,ଏସଆଇ ସମୀର କୁମାର ସେଠୀ, ଲଷ୍ମୀଧର ମହାନ୍ତି,ଲିପିନା ବିଶ୍ୱାଳ,ଏଏସଆଇ ସତ୍ୟ ନାରାୟଣ ମଳିକ, ଶରତ ଚନ୍ଦ୍ର ପଣ୍ଡାଙ୍କ ସମେତ ଥାନାର ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.