ଏସ୍ ପି ସି ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

0 367

ପୋଲସରା,୨୮/୦୩(ପିପିଟି):ଆଜି ସ୍ଥାନୀୟ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ର ଷ୍ଟୁଡେଣ୍ଟ ପୋଲିସ କେଡେଟ୍ ପକ୍ଷରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ଏକ ଆଲୋଚନା ଚକ୍ର ଓ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଓ୍ବିଙ୍ଗ ର ଅଧିକାରୀ ଗୋରସାଙ୍ଗ ଶବର ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଷ୍ଟୁଡେଣ୍ଟ୍ ପୋଲିସ କେଡେଟ୍ ର ଲକ୍ଷ୍ୟ ସମ୍ପର୍କରେ ବୁଝାଇଥିଲେ। ପରେ ଛାତ୍ରଛାତ୍ରୀ ମାନେ ସହର ପରିକ୍ରମା କରି ପୋଲିସ ଆମର ଶତୃ ନୁହେଁ ବନ୍ଧୁ ବୋଲି ସ୍ଳୋଗାନ ଦେଇଥିଲେ। ରାଲି କୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୈଳାସ ଚନ୍ଦ୍ର ମୁର୍ମୁ ପତାକା ଦେଖାଇ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ସ୍ବରୂପ ପାତ୍ର , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରତ୍ନାକର ସାହୁ ଓ ଉପ ନଗରପାଳ ସନ୍ତୋଷ କୁମାର ବେହେରାଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟା ଓ ଶିକ୍ଷକ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାକର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା। )

Leave A Reply

Your email address will not be published.