ସୁବର୍ଣ୍ଣପୁର ,୦୫/୧୨(ପିପିଟି):ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଛତା ସମିତି ତରଫରୁ ଆଜି ପ୍ରଥମ ପର୍ଯ୍ୟାୟ ରେ ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ଗ୍ରାମ ପଂଚାୟତ ରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଓ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଯୋଜନା ରେ ଗତ ଛଅ ମାସ ରେ ହୋଇଥିବା ପ୍ରକଳ୍ପ ର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ପଂଚାୟତ ତଥା ଉଦ୍ୟାନ ବିଭାଗ, ବନ ବିଭାଗ ତରଫରୁ ହାତକୁ ନିଆଯାଇଥିବା ପ୍ରକଳ୍ପ ଗୁଡିକ ର କାର୍ଯ୍ୟସ୍ଥଳ ପରିଦର୍ଶନ ସହ ନଥିପତ୍ର ଯାଞ୍ଚ କରାଯାଇଥିଲା । ଏଥିରେ ଗ୍ରାମ ସ୍ତରରେ କାର୍ଯ୍ୟରତ ଗ୍ରାମ ସମ୍ବଳ କର୍ମୀ (ଭି ଆର ପି) ସାତ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗ୍ରାମ କୁ ଯାଇ ଅଣକୁଶଳୀ ଶ୍ରମିକ ମାନଙ୍କୁ ଭେଟିବା ସହ ବିଭିନ୍ନ ପ୍ରକାର ଅଭିଯୋଗ ସଂଗ୍ରହ କରିଥିଲେ । ଆଜି ଗ୍ରାମସଭା ବୈଠକ ରେ ତାହା ଉପସ୍ଥାପନା କରିଥିଲେ । ଏସ ପତ୍ରାପାଲି ପଂଚାୟତ ରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟଙ୍କା ପଣ୍ଡା, ଗ୍ରାମ ରୋଜଗାର ସେବକ ସୁନୀଲ ସାହୁ ସରପଞ୍ଚ ସନାତନ ମହାଳିକ, ଭି ଆର ପି ନିରୁପମା ମେଣ୍ଡିଲି, ଜନନୀ ମେଣ୍ଡିଲି, ଦମୟନ୍ତୀ ଝାଙ୍କର ଓ ଅଣକୁଶଳୀ ଶ୍ରମିକ ମାନେ ଯୋଗ ଦେଇଥିଲେ ।
ରିପୋର୍ଟ- ଶାନ୍ତନୁ କୁମାର କର୍ଣ୍ଣ