ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ।

0 113

ମାଲକାନଗିରି, ୨୬/୦୩(ପିପିଟି) :ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ଥିଲେ।
ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ପ୍ରବନ୍ଧ ଏବଂ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହେବ। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରଭାତ ଫେରି କରାଯିବ। ଓଡ଼ିଶା ଦିବସ ଉପଲକ୍ଷେ ସହର ମଧ୍ୟରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ମାନଙ୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ସେହିଭଳି ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦି ମଧ୍ୟରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ସଂପୃକ୍ତ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ କରାଯିବ। ଏହି ଦିବସ ଅବସରରେ ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ଆଲୋକମାଳାରେ ସୁସଜ୍ଜିତ କରିବାକୁ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଏହି ଅବସରରେ ଏକ ସାଧାରଣ ସଭା ଆୟୋଜିତ ହେବା ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।
ଆଜିର ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହିତ ଓଡ଼ିଶା ଦିବସରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.