ଭୁବନେଶ୍ଵର,ତା-୨୨/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୨,୧୫୩ ମଧ୍ୟରୁ ୨୫,୭୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୭୧୦ ମଧ୍ୟରୁ ୧୯,୨୩୭ ଜଣ ସୁସ୍ଥ ,୨୧୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୧୮୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୮,୬୦,୪୧୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୧,୮୮,୩୧୧ ଚିହ୍ନଟ ହୋଇଛନ୍ତି ୧,୪୯,୩୭୯ ଜଣ ସୁସ୍ଥ ହୋଇଥିବା ବେଳେ ୩୮,୧୫୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୨୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୧୮୯ ଜଣଙ୍କ ମଧ୍ୟରୁ ୨,୪୫୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୩୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।