ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୯୬,୮୮୮,ମୃତ ସଂଖ୍ୟା ୭୫୨ ।

0 1,170

ଭୁବନେଶ୍ଵର,ତା-୨୪/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୩,୪୫୩ ମଧ୍ୟରୁ ୨୬,୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୮୭୧ ମଧ୍ୟରୁ ୧୯,୩୦୯ ଜଣ ସୁସ୍ଥ ,୨୧୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୩୪୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୬,୮୮୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୯,୫୬,୩୦୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୯୬,୮୮୮ ଚିହ୍ନଟ ହୋଇଛନ୍ତି ୧,୫୭,୨୬୫ ଜଣ ସୁସ୍ଥ ହୋଇଥିବା ବେଳେ ୩୮,୮୧୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୫୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୩୪୦ ଜଣଙ୍କ ମଧ୍ୟରୁ ୨,୫୧୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୮୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.