ଭୁବନେଶ୍ଵର,ତା-୨୫/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୪,୧୭୮ ମଧ୍ୟରୁ ୨୭,୫୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୯୩୪ ମଧ୍ୟରୁ ୧୯,୪୦୮ ଜଣ ସୁସ୍ଥ ,୨୧୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୨୦୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୦,୦୯,୧୮୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୦୧,୦୯୬ ଚିହ୍ନଟ ହୋଇଛନ୍ତି ୧,୬୧,୦୪୪ ଜଣ ସୁସ୍ଥ ହୋଇଥିବା ବେଳେ ୩୯,୨୩୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୬୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୨୦୮ ଜଣଙ୍କ ମଧ୍ୟରୁ ୨,୪୬୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୪୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।