ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୪୦,୯୯୮,ମୃତ ସଂଖ୍ୟା ୯୫୮ ।

0 1,142

ଭୁବନେଶ୍ଵର,ତା-୦୭/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୧,୭୧୮ ମଧ୍ୟରୁ ୩୬,୦୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୨,୨୮୯ ମଧ୍ୟରୁ ୧୯,୬୧୫ ଜଣ ସୁସ୍ଥ ,୮୨ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୨,୯୯୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୫,୬୯,୬୦୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୪୦,୯୯୮ ଚିହ୍ନଟ ହୋଇଛନ୍ତି ୨,୧୦,୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୭୭୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୫୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୯୯୫ ଜଣଙ୍କ ମଧ୍ୟରୁ ୧,୭୩୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.