କନ୍ଧମାଳ,୧୮/୦୧(ପିପିଟି): କନ୍ଧମାଳ ଜିଲା ସଦରମହକୁମା ଫୁଲବାଣୀରେ ଗତ ୫ ଦିନ ଧରି ଆରମ୍ଭ ହୋଇଥିବା କ୍ରୀଡ଼ା ମହୋତ୍ସବ ଉଦଯାପିତ ହୋଇଯାଇଛି । ଜିଲ୍ଲାର ୧୨ ଟି ବ୍ଳକରୁ ୭୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଏଥିରେ ଭାଗନେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ନଳିନୀ ମଳ୍ଲିକ ଓ ସମ୍ମାନିତ ଅତିଥିଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର , ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ , ଫୁଲବାଣୀ ପୌର ପରିଷଦର ଅଧ୍ୟକ୍ଷା ସ୍ମିତାରାଣି ମହାନ୍ତି , କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍ ଓ ଜିଲା କ୍ରିଡ଼ା ଅଧିକାରୀ ସମୀର କୁମାର ନାୟକ ପ୍ରମୁଖ ଯୋଗଦେଇ ଉଦ୍ବୋଧନ ଦେଇଥିଲେ। ଦିବ୍ୟାଙ୍ଗ ବରିଷ୍ଠ ନାଗରିକ ଓ କିନ୍ନର ମାନଙ୍କୁ ନେଇ ହୋଇଥିବା ପ୍ରତିଯୋଗିତା ମାନଙ୍କରେ କୃତିତ୍ୱ ଲାଭ କରିଥିବା କୃତୀ ପ୍ରତିଯୋଗୀ ମାନଙ୍କୁ ପ୍ରଥମେ ପୁରସ୍କାର ପ୍ରଦାନ କରିବା ପରେ ପରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)