ବୁଗୁଡା,୧୧/୧୧(ପିପିଟି):ବୁଗୁଡା ବ୍ଲକ ଅନ୍ତର୍ଗତ କରଚୁଲି ଗ୍ରାମ ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମାଧବପଲ୍ଲୀ ଗ୍ରାମର କବିରାଜ ମଳିକଙ୍କ ନେତୃତ୍ୱରେ ୪୦ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି ଏବଂ ବୃଦ୍ଧ ବୃଦ୍ଧା ଭିନ୍ନକ୍ଷମ ଓ ବିଧବା ମହିଳା ମାନଙ୍କୁ ବିଧାୟକ ଭତ୍ତା ବଣ୍ଟନ କରିବା ସହ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।