କେ. ବରିଡାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ।

0 225

ବେଗୁନିଆପଡା,୦୯/୦୯(ପିପିଟି): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ କେ.ବରିଡା ଗ୍ରାମ ପଞ୍ଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କୋଦଳା ତହସିଲଦାର ତଥା ବେଗୁନିଆପଡ଼ା ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସସ୍ମିତା ଶତପଥି, ବେଗୁନିଆପଡ଼ା ଥାନା ଏସ ଆଇ ଟୁନା ପୀଡ଼ିକା,ବ୍ଳକ୍ ଗୋଷ୍ଠୀ ଶିକ୍ଷାଧିକାରୀ ରୁଦ୍ର ନାରାୟଣ ସାହୁ,ସ୍ୱାସ୍ଥ୍ୟ ଅଧିକାରୀ ଆଦିତ୍ୟ ପ୍ରସାଦ ସାହୁ,ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା, ଯନ୍ତ୍ରୀ ଶୁଭଶ୍ରୀ ମହାରଣା, ଭାରପ୍ରାପ୍ତ ବ୍ଳକ୍ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା, କନିଷ୍ଠ ଯନ୍ତ୍ରୀ ଵାଣିଶ୍ରୀ ଦେବି,ଯୋଗାଣ ଅଧିକାରୀ,ପିଇଓ ସୁରେଶ ଶବର,କୃଷି ଅଧିକାରୀ , ଉଦ୍ୟାନ ଅଧିକାରୀ,ମୃତ୍ତିକା ସଂରକ୍ଷଣ ବିଭାଗ ଅଧିକାରୀ,କ୍ଷୁଦ୍ର ଜଳସେଚନ ବିଭାଗ ଅଧିକାରୀ,ମତ୍ସ୍ୟ ଓ ବିଦ୍ୟୁତ୍ ବିଭାଗ ଅଧିକାରୀ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ଏଥିରେ କେ. ବରିଡା ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପୂଜା ପ୍ରଧାନଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ । ଏଥିରେ ସମୁଦାୟ ୪୭ ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ ଆବାସ ଯୋଜନା ୪ ଟି, ଭତ୍ତା ୭ ଗୋଟି,ରାସନ କାର୍ଡ ୩୧ ଗୋଟି,ସୁଭଦ୍ରା ଯୋଜନାରେ ୫ ଗୋଟି ଅଭିଯୋଗ ହୋଇଥିଲା ।

(ରିପୋର୍ଟ- ସୂର୍ଯ୍ୟନାରାୟଣ ବଡୁ ।)

Leave A Reply

Your email address will not be published.