ଗାୟାଗଣ୍ଡା ବିଦ୍ୟାବିହାରର ବାର୍ଷିକ ଉତ୍ସବ; ବିଧାୟକଙ୍କ ପାଣ୍ଠିରୁ ୫ଲକ୍ଷ ଟଙ୍କା ଅନୁଦାନ ।

0 231

ଭଞ୍ଜନଗର, ୧୦/୦୧(ପିପିପି):ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଗାୟାଗଣ୍ଡା ବିଦ୍ଯା ବିହାର ଗ୍ରାମବିକାଶ ଠାରେ ୨୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।ଉକ୍ତ ମଣିଷ ତିଆରି କାରଖାନାର ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ନିମନ୍ତେ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ଦେଖି ସନ୍ତୋଷ ପ୍ରକାଶ କରିଛନ୍ତି। ଉକ୍ତ ବିଦ୍ୟାଳୟରେ ଅଭିଭାବକ ବିଶ୍ରାମାଗାର, ପକ୍କା ରାସ୍ତାର ବ୍ୟବସ୍ଥା କରିବା ସହ ଅନ୍ୟାନ୍ୟ ଆବଶ୍ୟକତାକୁ ଦେଖି ବିଧାୟକଙ୍କ ନିଜସ୍ଵ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଏବଂ ବହି ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।ଜଗନ୍ନାଥ ପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନିଳାଞ୍ଚଳ ଖିଲାର ଓ ଅନ୍ୟ ସମ୍ମାନିତ ଅତିଥିମାନେ ଛାତ୍ରଛାତ୍ରୀଙ୍କ ଶିକ୍ଷା କ୍ଷେତ୍ରରେ ଉନ୍ନତି ନିମନ୍ତ ବିଭିନ୍ନ ଉଦାହରଣ ଦେଇ ବକ୍ତବ୍ୟ ରଖିଥିଲେ।ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିବା ସହ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ରିପୋର୍ଟ୍ -(ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.