ପୋଲସରା, ୦୯/୦୧(ପିପିଟି) :ସ୍ଥାନୀୟ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଗତକାଲି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୋନାଲିସା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ରେ ପୋଲସରା ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ପୋଲସରା ଏନ୍ଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଋଷି ମାଝୀ ,ଷ୍ଟେଟବ୍ୟାଙ୍କ ଶାଖା ପରିଚାଳକ ଲକ୍ଷ୍ମଣ ଚନ୍ଦ୍ର ମୁର୍ମୁ, ସମାଜସେବୀ ରାଜେନ୍ଦ୍ର କୁମାର ପ୍ରଧାନ,ପୂର୍ବତନ ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ ଓ ଏସଏମସି ସଭାପତି ରତ୍ନାକର ସାହୁ ଯୋଗଦେଇଥିଲେ ।ଡକ୍ଟର ଅମରେଶ ପଟ୍ଟନାୟ ସଂଯୋଜନା କରିଥିବା ବେଳେ ପ୍ରଭାକର ପ୍ରଧାନ ଏବଂ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଦସ୍ୟ ଓ ସଦସ୍ୟା ପରିଚାଳନା ରେ ସହଯୋଗ କରିଥିଲେ।
ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା