ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ନେଇ ତ୍ରିରଙ୍ଗା ଶୋଭାଯାତ୍ରା ଓ ତ୍ରିରଙ୍ଗା କନସୋର୍ଟ ଆୟୋଜିତ ।

0 295

ମାଲକାନଗିରି, ୧୪/୦୮(ପିପିଟି) :ମାଲକାନଗିରି ଜିଲ୍ଲାର ପଞ୍ଚାୟତ, ବ୍ଲକ, ପୌରାଞ୍ଚଳ ଓ ଜିଲ୍ଲା ସଦର ମହକୁମାରରେ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ କରାଯାଉଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି ସଂସ୍କୃତି ଭବନ ପର୍ଯ୍ୟନ୍ତ ଯାଇଥିଲା। ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଏହାର ଶୁଭାରମ୍ଭ କରିଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ଵି ସେଠୀ, ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ରଙ୍କ ସମେତ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମର ପ୍ରତିନିଧି ଏଥିରେ ଅଂଶ ଗ୍ରହଣ କରିଥିଲେ। ଦେଶପ୍ରୀତିକୁ ଉଦଜୀବିତ କରିବା ଲକ୍ଷ୍ୟ ନେଇ ସମସ୍ତେ ତ୍ରିରଙ୍ଗା ଧରି ଦେଶପ୍ରେମର ନାରା ଦେଇଥିଲେ। ଏହି ଅବସରରେ ସଂସ୍କୃତି ଭବନ ଠାରେ ତ୍ରିରଙ୍ଗା କନସୋର୍ଟ ଅୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀ ମାନେ ଦେଶାତ୍ମବୋଧକ ନୃତ୍ୟ, ସଙ୍ଗୀତ ,ଚିତ୍ରକଳା ଓ ଝୋଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସମସ୍ତେ କାନଭାସରେ ବାର୍ତ୍ତା ସହ ସେଲ୍ଫି ପଏଣ୍ଟରେ ଫୋଟ ଉତ୍ତୋଳନ କରିଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ଓ ବିନାଶ ମିଶ୍ର ସଂଯୋଜନା କରିଥିଲେ। ଜିଲ୍ଲା ପରିଷଦ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.