ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ।

0 395

ଭଞ୍ଜନଗର,୧୫/୦୭(ପିପିଟି):ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୫୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୫୩ଟି ଥିବାବେଳେ,ଗ୍ରାମୀୟ ଅଭିଯୋଗ ୫ ଟି ଥିଲା,ଜିଲ୍ଲାପାଳ ତ୍ୱରିତ ୮ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ ଏବଂ ଏହା ସହିତ ଜିଲ୍ଲାପାଳ,ରେଡକର୍ସ ପାଣ୍ଠିରୁ ପାଞ୍ଚ ଜଣଙ୍କୁ ୨୪୦୦୦(ଚବିଶି ହଜାର ଟଙ୍କା )ଟଙ୍କା ପ୍ରଦାନ କରିଥିଲେ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ବିଶ୍ଵରଂଜନ କର,ଭଞ୍ଜନଗର ଏସ.ଡ଼ି.ପି.ଓ. ସୁଜିତ କୁମାର ନାୟକ, ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ,ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି,ବେଲଗୁଣ୍ଠା ତହସିଲଦାର କଳାକାହ୍ନୁ ପ୍ରଧାନ,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.