ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ ।

0 340

ଭଞ୍ଜନଗର, ୧୯/୦୫(ପିପିଟି) :ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରାଙ୍କ ଉପସ୍ଥିତିରେ ସମୁଦାୟ ୨୧୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରେ ବ୍ୟକ୍ତିଗତ ୧୭୪ଟି ଅଭିଯୋଗ ଥିବାବେଳେ,ଗ୍ରାମାଞ୍ଚଳର ୮ଟି ଅଭିଯୋଗ ଥିଲା। ଜିଲ୍ଲାପାଳ ତ୍ୱରିତ ୮ଟି ଅଭିଯୋଗ ଫଇସଲା କରିଥିଲେ। ରେଡ଼କ୍ରସ ରିଲିଫି ପାଣ୍ଠିରୁ ଜଣଙ୍କୁ ୩୦ ହଜାର ଟଙ୍କା ହିସାବରେ ୩ଜଣଙ୍କୁ ନବେ ହଜାର ଟଙ୍କା ଏବଂ ଜଣଙ୍କୁ ୧୦ହଜାର ଟଙ୍କା ଏବଂ ଅନ୍ୟ ଜଣଙ୍କୁ ୪ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଭଞ୍ଜନଗର ଏନଏସିର ଭିନ୍ନକ୍ଷମ ବ୍ୟକ୍ତି ସୁବାଷ ଚନ୍ଦ୍ର ନାଇକଙ୍କୁ ଏକ ଟ୍ରାଇ ସାଇକଲ ପ୍ରଦାନ କରାଯାଇଛି।ଏହି ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା। ଆଦିବାସୀ ମାନଙ୍କ ଜଙ୍ଗଲ ଜମି ପଟା ସକାଶେ ସୋରଡ଼ା ବ୍ଲକରୁ ଅଭିଯୋଗ ଆସିଥିଲା।ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସେସବୁର ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ,ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମାହାର,ଭଞ୍ଜନଗର ବିଡିଓ ପୁର୍ଣଚନ୍ଦ୍ର ପାଢ଼ୀ,ପୂର୍ତ୍ତ ବିଭାଗ ଏସଡିଓ ପ୍ରତାପ ନାୟକ,ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ l

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.