ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ।

0 156

ଭଞ୍ଜନଗର,୧୮/୧୧(ପିପିଟି):ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ବିଶ୍ଵରଞ୍ଜନ କର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା ଛତ୍ରପୁର, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୧୭ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବ୍ୟକ୍ତିଗତ ଅଭିଯୋଗ ୧୦୯ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୮ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୧୮ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ,ତେର ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଭଞ୍ଜନଗର ତହସିଲଦାର ଉମାଶଙ୍କର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଅମିତା ପଟ୍ଟନାୟକ,ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା,ଭଞ୍ଜନଗର,ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

Leave A Reply

Your email address will not be published.