ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ।

0 179

ମାଲକାନଗିରି, ୦୨/୦୩(ପିପିଟି):ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ସମୂଦାୟ ୩୪ ଟି ଅଭିଯୋଗ ଗୁଡ଼ିକର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୨୬ ଟି ବ୍ୟକ୍ତିଗତ ଓ ୮ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.