ଜିଲ୍ଲାସ୍ତରୀୟ ଵିଶ୍ଵ ରକ୍ତ ଦାନ ଦିବସ ପାଳିତ ।

0 231

ମାଲକାନଗିରି,୧୪/୦୬(ପିପିଟି):ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ରେଡକ୍ରସ ସୋସାଇଟିର ଅଧ୍ୟକ୍ଷ ଵିଶାଳ ସିଂଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଦିନଦୟାଲ ଉପାଧ୍ୟାୟ ଗ୍ରାମ୍ୟ କୌଶଳ ଯୋଜନା କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ଵିଶ୍ଵ ରକ୍ତ ଦାନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ରେଡକ୍ରସ୍ ର ଆବାହକ ଡଃ ରଞ୍ଜନ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଡଃ ପ୍ରଫୁଲ୍ଲ କୁମାର ନନ୍ଦ ମୁଖ୍ୟ ଅତିଥି ରୂପେ ଯୋଗଦେଇ ରକ୍ତଦାନର ଉପକାରିତା ସମ୍ପର୍କରେ ଆଲୋଚନା କରିଥିଲେ। ସଭା ଆରମ୍ ରେ ଡିଡିଇଉଜିକେୱାଇ ର ଅଧ୍ୟକ୍ଷ ପ୍ରିୟବ୍ରତ ସ୍ଵାଇଁ ସ୍ଵାଗତ ଭାଷଣ ଦେଇଥିଲେ। ହେନେରୀ ଡୁନାଣ୍ଟଙ୍କ ଫଟୋରେ ପୁଷ୍ପମାଲ୍ଯ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଆଠଟି ରକ୍ତଦାତା ଅନୁଷ୍ଠାନ ଯଥା ଜୀବନ ବିନ୍ଦୁ, ଆମ ଓଡ଼ିଶା, ଜୟ ମାଲକାନଗିରି, ଟିମ୍ ଉଇକେନ୍, ଶ୍ରୀ ସତ୍ୟସାଇ ସେବା ସଙ୍ଗଠନ, ମାହେଶ୍ଵରୀ ଯୁବ ସଙ୍ଗଠନ, ତ୍ରିରଙ୍ଗା, ସୁନୀଜାନା ସମଜିତ କମିଟି ଆଦି ଙ୍କୁ ଆମନ୍ତ୍ରିତ କରି ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ପୂର୍ବତନ ବିଧାୟକ ମାନସ ମାଡକାମୀ ଯୋଗ ଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ଏହି ରକ୍ତଦାନ ଦିବସ କାର୍ଯ୍ୟକ୍ରମ ୨୦୦୫ ମସିହାରୁ ପ୍ରତି ବର୍ଷ ପାଳନ କରାଯାଇଆସୁଅଛି ।ଵୈଜ୍ଞାନିକ କାର୍ଲ ଲେଣ୍ଡ ଷ୍ଟାଇନର୍ ଙ୍କ ଜନ୍ମ ଦିବସକୁ ଵିଶ୍ଵ ରକ୍ତ ଦାତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଅବସରରେ ଜଗଦୀଶ ନାୟକ,ଶଙ୍କର ପାଣିଗ୍ରାହୀ, ଜଗୁ ପଢିଆରୀ,ସୁଜିତ ପାଣିଗ୍ରାହୀ,ଅମରେଶ ମହନ୍ତ, ଲୋକେଶ ସୁମାନୀ, କେ ଗୋପାଳ ରାଓ, ଆଦି ଅନେକ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ରାଲି ଓ ରକ୍ତ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଭା ଶେଷରେ ମୃତ୍ୟୁଞ୍ଜୟ ଶତପଥୀ ଧନ୍ଯବାଦ ଅର୍ପଣ କରିଥିଲେ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.