ସୁବର୍ଣ୍ଣପୁର ,୦୧/୧୨(ପିପିଟି):ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଜି ସ୍ଥାନୀୟ ତାଲିମ ସଭା ଗୃହ ଠାରେ ବିଶ୍ଵ ଏଡ଼ସ ଦିବସ -୨୦୨୪ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ, ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଭାରପ୍ରାପ୍ତ ସୂଚନା ଓ ଲୋକସଂପର୍କ ଅଧିକାରୀ ଅର୍ଜ୍ଜୁନ ଚରଣ ମାଝି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆଜିର ଦିବସ ରେ ଆମେ ସମସ୍ତେ ଏଡ଼ସ ରୋଗ ବିଷୟରେ ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ । ଏକ ରାଲୀ ହସ୍ପିଟାଲ୍ ରୁ ବାହାରି ମଝିପଡ଼ା, ବିଜୁପଟ୍ଟନାୟକ ଛକ,ବସଷ୍ଟାଣ୍ଡ ଓ ନଲୀନି ଛକ ଠାରେ ରୋଡ ପ୍ଲେ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇ ସହର ପରିକ୍ରମା କରିଥିଲା। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରି ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ