ଜିଲ୍ଲା ସ୍ତରୀୟ ୧୫୪ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ଯରେ ବକ୍ତୃତା ପ୍ରତିଯୋଗିତା ।

0 199

ଛତ୍ରପୁର,୦୧/୧୦(ପିପିଟି): ଗଞ୍ଜାମ ଜିଲ୍ଲା ସ୍ତରୀୟ ୧୫୪ ତମ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଛତ୍ରପୁର ଠାରେ ମଧ୍ୟ ଇଂରାଜୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ମଧ୍ଯ ଇଂରାଜୀ ବିଦ୍ଯାଳୟ ସ୍ତରରେ ଅଙ୍କିତା ମହାରଣା, ସରସ୍ବତୀ ଶିଶୁ ବିଦ୍ଯାମନ୍ଦିର ଛତ୍ରପୁର ପ୍ରଥମ ସ୍ଥାନ, ସାଲିନୀ ପ୍ରୀୟଦର୍ଶନୀ ସରସ୍ବତୀ ଶିଶୁ ବିଦ୍ଯାମନ୍ଦିର, ଛତ୍ରପୁର ଦ୍ବିତୀୟ ସ୍ଥାନ ଓ ଗଣେଶ ଦାଶ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ଯାଳୟ, ଛତ୍ରପୁର ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ଲୀପ୍ସାରାଣୀ ଗୌଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଛତ୍ରପୁର ପ୍ରଥମ ସ୍ଥାନ, ଅଞ୍ଜଳୀ କୁମାରୀ ସାହୁ ସରସ୍ବତୀ ଶିଶୁ ବିଦ୍ଯାମନ୍ଦିର, ଛତ୍ରପୁର ଦ୍ବିତୀୟ ସ୍ଥାନ ଓ ସାହିସ୍ତା ଖାତୁନ୍ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଛତ୍ରପୁର ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ମହାବିଦ୍ୟାଳୟ ସ୍ତରରେ ବଦ୍ରୀନାଥ ମିଶ୍ର, ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ଛତ୍ରପୁର ପ୍ରଥମ ସ୍ଥାନ, ଆର୍ ଧବଳେଶ୍ବର ରେଡ୍ଡୀ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ଛତ୍ରପୁର ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଶୁଭଶ୍ରୀ ନାୟକ ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।
ଏହି ବକ୍ତୃତା ପ୍ରତିଯୋଗିତାରେ ଛତ୍ରପୁର ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ସନ୍ତୋଷ କୁମାର ପାଢୀ, ସାମ୍ବାଦିକ ଓ ଅରୁଣ କୁମାର ଶତପଥୀ, କ୍ୟୁରେସ ସମ୍ପାଦକ, ରାମଚନ୍ଦ୍ର ସାସମଲ, ସଂଗଠକ ବ୍ରହ୍ମପୁର ବିଚାରକ ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ଚୟନ କରିଥିଲେ । ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ପରିଚାଳନା କରିଥିବାବେଳେ ଓ ସମସ୍ତ କର୍ମଚାରୀ ଏଥିରେ ସହଯୋଗ କରିଥିଲେ ।

Leave A Reply

Your email address will not be published.