କେନ୍ଦୁଝରଗଡ,୧୫/୦୧:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଝୁମ୍ପୂରା ଠାରେ ଏକ ନବନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଭୁବନେଶ୍ୱରରେ ଆଗାମୀ ୨୮-୨୯ ତାରିଖରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଏକ MoU ସ୍ବାକ୍ଷରିତ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦିଆ ଯାଉଛି । ଜିଲ୍ଲାର ଶିକ୍ଷା,ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି।
ଉଦଘାଟିତ ଏହି ସେତୁ ଟି ଝୁମ୍ପରା-ଉଖୁଣ୍ଡା ରାସ୍ତାରେ କେନାଲ ଉପରେ ନିର୍ମିତ ହୋଇଛି । ଏହା ଦ୍ବାରା ଝୁମ୍ପୁରା ଓ ଶ୍ରୀ ରାମପୁର ଗ୍ରାମ ଯୋଡ଼ି ହୋଇ ଯୋଗାଯୋଗର ସୁବିଧା ହୋଇ ପାରିଛି। ଏହା ଦ୍ବାରା ନିକଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ସହିତ ଦୈନିକ ୫ ହଜାରରୁ ୧୦ ହଜାର ଲୋକ ଉପକୃତ ହେବେ । ଏହି ସେତୁର ଦୈର୍ଘ୍ୟ ୬୭ ମିଟର ଓ ଆପ୍ରୋଚ୍ ରୋଡ ୧୭୫ ମିଟର।