ଟ୍ରାଭେଲର ବସ ଗଛକୁ ପିଟି ହୋଇ ୧୪ ଯାତ୍ରୀ ଗୁରୁତର ଏବଂ ଜଣେ ମୃତ ।

0 221

ସିମୁଳିଆ, ୧୫/୦୪: ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ଦୁର୍ଘଟଣାରେ ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ କରିଛନ୍ତି। ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା ଅଞ୍ଚଳରୁ କିଛି ଲୋକ କଲିକତାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଇଥିଲେ। ବିବାହ କାର୍ଯ୍ୟ ସାରି ସେଠାରୁ ଡୁଡୁମ୍ବାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବା ସମୟରେ ସିମୁଳିଆ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ମାଟିଆପଡା ଛକ ନିକଟରେ ଗାଡି ଚାଳକର ନିଦ ଲାଗିଯିବାରୁ ଭାରସାମ୍ୟ ହରାଇ ନୟନଯୋରୀକୁ ଓଲଟି ଗଛକୁ ପିଟି ହୋଇ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଥିରେ ଶୋଏବ ଅନସାରୀ ମୃତ୍ୟୁ ବରଣ କରିଥିବା ବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ସିମୁଳିଆ ଅଧିକ ଗୁରୁତର ହେବାରୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Leave A Reply

Your email address will not be published.