ସୁବର୍ଣ୍ଣପୁର ,୨୫/୦୨(ପିପିଟି) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସଭା ଗୃହଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୬୨ଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୫୧ଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୧୧ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୩ଟି ଅଭିଯୋଗ ଦରଖାସ୍ତର ତୁରନ୍ତ ଶୁଣାଣି ସମୟ ମଧ୍ୟରେ ଫଏସଲା ହୋଇଥିଲା । ସେହିପରି ସି ଏମ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଅବଶିଷ୍ଟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ତରଭା ବିଡିଓ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ଵିନୀ କୁମାର ମେହେର, ସମେତ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ପ୍ରଦୀପ କୁମାର ଗୁରୁ, ଜିଲ୍ଲା ମଙ୍ଗଲ ଅଧିକାରୀ, ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଉପପ୍ରାନ୍ତୀୟ ଶ୍ରମ ଆୟୁକ୍ତ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଇଂ ଅଶୋକ କୁମାର ମିଶ୍ର, ଜିଲ୍ଲା କ୍ରିଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ଡି ଏସ ଡବ୍ଲୁ ପ୍ରୋଗ୍ରାମ ଅଧିକାରୀ ଅନିତା ଗୁରୁ, ନିର୍ବାହୀ ଯନ୍ତ୍ରୀ ଓ ଏଲ ଆଇ ସି ଇଂ ରବୀନ୍ଦ୍ର କୁମାର ମାଝୀ , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ଲକ୍ଷ୍ମୀକାନ୍ତ ମଲ୍ଲିକ ତଥା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।
ରିପୋର୍ଟ -ଶାନ୍ତନୁ କୁମାର କର୍ଣ୍ଣ