ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ବିଜୟ ହୋଇଛି। ବାଲେଶ୍ୱରରେ ସ୍ୱରୂପ କୁମାର ଦାସ ୧୩ ହଜାର ୩୫୧ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୪୧ ହଜାର ୭୦୩ ଭୋଟରେ ନିର୍ବାଚନ ଜିତିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଳ କୁମାର ଲୋହାନୀ ।ତେବେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡି ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, ‘ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ସବୁ କର୍ମୀଙ୍କୁ ସାଧୁବାଦ ।