ଯାଜପୁର, ୨୪/୦୮(ପିପିଟି): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଦଶରଥପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୪୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୩ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୦୮ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତ କୁମାର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଅତିରିକ୍ତ ମୁଖ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଲମ୍ବୋଦର ଖୁଣ୍ଟିଆ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ନଗେନ୍ଦ୍ର ନାଥ ମହାପାତ୍ର, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରକୋଷ୍ଠ ସାରସ୍ୱତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦଶରଥପୁର ଆକାଶ ପଟ୍ଟନାୟକ, ତହସିଲଦାର, ଦଶରଥପୁର ଶୁଭ୍ରାଂଶୁ ସାହୁ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।
ଏହି ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବିହାରି ଗ୍ରାମ ପଞ୍ଚାୟତର ବିଚିତ୍ର ମଲିକ ଓ ଖଣ୍ଡରା ଗ୍ରାମ ପଞ୍ଚାୟତର ସଂଯୁକ୍ତା ନାୟକଙ୍କୁ ହୁଇଲ୍ ଚେୟାର ପ୍ରଦାନ କରାଯାଇଥିଲା।