ଦାଦରାଲୁଣ୍ଡାରେ ଆଇନ ସଚେତନତା କାର୍ଯ୍ୟକ୍ରମ ।

0 0

ଭଞ୍ଜନଗର, ୨୪/୦୫(ପିପିଟି ):ତାଲୁକ ଆଇନ ସେବା କମିଟି, ଭଞ୍ଜନଗର ପକ୍ଷରୁ ଦାଦରାଲୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଭଞ୍ଜନଗର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ଶେଖ୍ ମହମ୍ମଦ କଏସ ଅଧ୍ୟକ୍ଷତା କରି ସାଧାରଣ ଲୋକଙ୍କୁ ଆଇନ ସମ୍ପର୍କିତ ବିଭିନ୍ନ ସୁବିଧା ଓ ସୁଯୋଗ ବିଷୟରେ ସଚେତନ କରିଥିଲେ। କାର୍ଯ୍ୟକ୍ରମରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ. ଦୀପକ କୁମାର ମିଶ୍ର ଯୋଗଦେଇ ମହିଳା ଓ ଶିଶୁ ସୁରକ୍ଷା, ଡି.ଭି. ଆକ୍ଟ, ପୋକ୍ସୋ ଆଇନ ଏବଂ ସାମାଜିକ ଅପରାଧ ବିଷୟରେ ମତବ୍ୟକ୍ତ କରିଥିଲେ ।
ତାଲୁକ ଆଇନ ସେବା କମିଟିର ସଦସ୍ୟ ଡ. ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ ଏବଂ ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ଉପସ୍ଥିତ ରହି ଲୋକ ଅଦାଲତ, ନିଶୁଳ୍କ ଆଇନ ସହାୟତା ଓ ବିକଳ୍ପ ବିବାଦ ସମାଧାନ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ଦଦରାଲୁଣ୍ଡା ପଞ୍ଚାୟତ ସମିତି ସଭ୍ୟ ଶ୍ରୀନିବାସ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ସ୍ଥାନୀୟ ବହୁ ପୁରୁଷ, ମହିଳା ଏବଂ ବିଭିନ୍ନ ସଂଗଠନର ସଦସ୍ୟମାନେ ଉପସ୍ଥିତ ଥିଲେ।ଭଞ୍ଜନଗର ଏଡ଼ିଜେ କୋର୍ଟର କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ।

ରିପୋର୍ଟ -(ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.