ଭୁବନେଶ୍ବର,୨୩/୦୬: ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏଯାବତ ଜବତ ହୋଇଛି ପ୍ରାୟ ୨ କୋଟିରୁ ଉର୍ଦ୍ଧ୍ବ ନଗଦ ଟଙ୍କା । ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡିଛି । ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକାକାଳୀନ ଚଢ଼ାଉ ଚାଲିଛି । ଆଗରୁ ସେ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରାରେ ଥିବା ବେଳେ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ବିଶ୍ରା ବ୍ଲକରେ ବିଡିଓ ଭାବେ କାର୍ଯ୍ୟ କରୁଥିବା ସମୟରେ ବିରିପାଣି ପଞ୍ଚାୟତର ଜଣେ ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା।