ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ।

0 248

ମାଲକାନଗିରି,୧୨/୦୮(ପିପିଟି): ମାଲକାନଗିରି ମହାବିଦ୍ୟାଳୟରେ ଆଜାଦିକା ଅମୃତ ମହୋତ୍ସବ ଅବସରରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ. ରଞ୍ଜନ କୁମାର ସ୍ୱାଇଁ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ମାଲକାନଗିରି ଜିଲ୍ଲାର ଭାରପ୍ରାପ୍ତ ଜିଲ୍ଲାପାଳ ମହେଶ୍ବର ଚନ୍ଦ୍ର ନାୟକ ଯୋଗ ଦେଇ ଯୁବପିଢ଼ି କିପରି ଭାବରେ ନିଶାଠାରୁ ଦୂରେଇ ରହିବେ ସେଥିପ୍ରତି ସଚେତନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ଡ଼ଃ. ଦୁର୍ଗାପ୍ରସାଦ ରାଜ, ଭୂତାଣୁ ବିଶେଷଜ୍ଞ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ନିଶା ସେବନର ଭୟବହାତ ଉପରେ ବୁଝାଇଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମରଞ୍ଜନ ଦାସ ଯୋଗ ଦେଇ ନିଶାମୁକ୍ତ ରହି ଏକ ସୁସ୍ଥ ଜୀବନ ଗଠନ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ଏହା ବ୍ଯତିତ ନିରଞ୍ଜନ ପୂଜାରୀ, ଅଧ୍ୟାପକ ଉମେଶ ଚନ୍ଦ୍ର ରାଉତ, ଅଧ୍ୟାପକ ଲିଙ୍ଗରାଜ ମିଶ୍ର, ଅଧ୍ୟାପକ ଜିମୁତ ନାୟକ, ତପନ କୁମାର ବେହେରା,ପ୍ରଦୀପ ଓରାମ, ଅରୁଣ କୁମାର ପାଣ୍ଡରାଙ୍କୀ ପ୍ରମୁଖ ଯୋଗଦେବା ସହିତ ଅନ୍ୟାନ୍ୟ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଏହି ସଭାରେ ନିଶାଠାରୁ ଦୂରେଇ ରହିବା ପାଇଁ ଏକ ଶପଥ ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୨୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ସହିତ ବହୁତ ଯୁବଗୋଷ୍ଠୀ ଏହି ଶପଥ ପାଠରେ ଭାଗନେଇଥିଲେ । ସଭା ଶେଷରେ ଅଧ୍ୟାପକ ଗୌତମ ନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଥିଲା ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ,ମାଲକାଗିରି)

Leave A Reply

Your email address will not be published.