ନିଶା ଦ୍ରବ୍ୟର ଅପବ୍ୟବହାର ଓ ଚୋରା ଚାଲାଣ ବିରୁଦ୍ଧ ସଚେତନତା ।

0 191

ମାଲକାନଗିରି, ୨୬/୦୬(ପିପିଟି) :ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଓ ଜିଲ୍ଲା ଅବକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ନିଷିଦ୍ଧ ନିଶ୍ଚେତକ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଚୋରା ଚାଲାଣ ବିରୁଦ୍ଧରେ ସଚେତନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ ସ୍ଥାନୀୟ କ୍ରୀଡା ପଡିଆ ଠାରୁ ଡିଏନକେ ପର୍ଯ୍ୟନ୍ତ ଏକ ସଚେତନତା ଗଣ ଦୌଡର ଆୟୋଜନ କରାଯାଇଥିଲା । ଏହାପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଅବକାରୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହା ପରେ ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ଠାରେ ଏକ କର୍ମଶାଳା ମଧ୍ୟ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିଚାରପତି ସଂଗୀତା ପାତ୍ର ଓ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଜିଲ୍ଲା ନିଶା ନିବାରଣ କେନ୍ଦ୍ର ଦ୍ଵାରା ନିଶା ମୁକ୍ତ ହୋଇଥିବା ଚାରି ଜଣ ଅନ୍ତେବାସୀଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା ଓ ଦୁର୍ଗା କିନ୍ନରଙ୍କୁ ନିଶା ବିରୁଦ୍ଧ ପଦକ୍ଷେପ ନିମନ୍ତେ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲ୍ଲା ସିଭିଲ କୋର୍ଟ ରେଜିଷ୍ଟ୍ରାର କୈଳାସ ସାହୁ, ଅଶୋକ ପଟ୍ଟନାୟକ, ସାଗର ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ଅବକାରୀ ଅଧିକ୍ଷକ, ବିମ୍ବାଧର ପଣ୍ଡା ଯୋଗ ଦେଇଥିବା ବେଳେ ଜ଼ିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଏବଂ ଜିଲ୍ଲା ଅବକାରୀ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.