ନିଶା ନିବାରଣ ସଂପର୍କରେ ପ୍ରସ୍ତୁତି ବୈଠକ ।

0 305

ମାଲକାନଗିରି,୧୦/୦୮(ପିପିଟି): ମାଲକାନଗିରି ଜିଲ୍ଲା ଡିଆରଡିଏ କାର୍ଯ୍ୟାଳୟ ଠାରେ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୨ ତାରିଖରେ ଜିଲ୍ଲାରେ ଥିବା ବିଭିନ୍ନ ଶିକ୍ଷା ଅନୁଷ୍ଠାନ ଗୁଡିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବା ବେଳେ ଏନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଉପଖଣ୍ଡିୟ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ଵାଇଁ, ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର ବେହେରାଙ୍କ ସମେତ ଜିଲ୍ଲାର ଅନେକ ମହାବିଦ୍ୟାଳୟର ଅଧ୍ଯକ୍ଷ/ଅଧ୍ଯକ୍ଷା, ଶିକ୍ଷା ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଯୁବ ରେଡକ୍ରଶର ଆବାହକ ତଥା ଅଧ୍ୟାପକ ଡ ରଞ୍ଜନ କୁମାର ସ୍ଵାଇଁ ପରିଚାଳନା କରିଥିଲେ । ବିଶେଷ କରି ଛାତ୍ର ଛାତ୍ରୀ ଓ ଯୁବ ପିଢିମାନେ କିପରି ନିଶା ଠାରୁ ଦୂରେଇ ରହିବେ ,କିଭଳି ସଚେତନ କରାଯିବ, ଏଥି ଉପରେ ଗୁରୁତ୍ବ ଦିଆଯାଇଥିଲା । ଏହି ପରିପ୍ରେକ୍ଷୀରେ ସଚେତନତା ମୂଳକ ବିଭିନ୍ନ ପ୍ରତିଯୋଗୀତା ଆୟୋଜନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ବୈଠକ ଶେଷରେ ଶ୍ରୀ ସ୍ଵାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନପାୟକ, ମାଲକାନଗିରି)

Leave A Reply

Your email address will not be published.