ଭଞ୍ଜନଗର,୦୬/୦୫(ପିପିଟି): ଭଞ୍ଜନଗର ପଞ୍ଚାୟତ ସମିତିର ପ୍ରଥମ ସାଧାରଣ ବୈଠକ ଶୁକ୍ରବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇଥିଲେ। ଦଳଗତ ନିର୍ବିଶେଷରେ ଓଡିଶା ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା କିଭଳି ଜନସାଧାରଣଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ଆନ୍ତରିକ ଉଦ୍ୟମ କରିବା ପାଇଁ ମନ୍ତ୍ରୀ ଆହ୍ୱାନ ଦେଇଥିଲେ ଓ ଭଞ୍ଜନଗର ବ୍ଲକ ଅଧିନସ୍ଥ ସମସ୍ତ ଗ୍ରାମ ପଞ୍ଚାୟତ ଗୁଡିକରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିବା ସହ ଭଞ୍ଜନଗର ବ୍ଲକକୁ ଏକ ସୁଦୃଢ ଓ ବିକଶିତ ବ୍ଲକ ରୂପେ କିପରି ପରିଣତ କରି ହେବ ଏସମ୍ପର୍କରେ ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲାପରିଷଦ ସଦସ୍ୟଙ୍କୁ ଉଦବୋଧନ ଦେଇଥିଲେ। ଏଥିରେ ଭଞ୍ଜନଗର ପଂଚାୟତ ସମିତି ଅଧ୍ୟକ୍ଷ ନରୀ ସଭା ନାୟକ, ଉପାଧ୍ୟକ୍ଷା ରାଜଲଷ୍ମୀ ପ୍ରଧାନ, ବି.ଡି.ଓ ଅନୀଲ କୁମାର ସେଠୀ,ସାଂସଦ ପ୍ରତିନିଧି ଦିବାକର ନାୟକଙ୍କ ସମେତ ବ୍ଲକ ଅଧିନସ୍ଥ ସମସ୍ତ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଦସ୍ୟ, ବିଭିନ୍ନ ସରକାରୀ ଅଧିକାରୀ,ସମାଜସେବୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ଉପସ୍ଥିତ ଥିଲେ।
(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ। )
Next Post