ପଞ୍ଚୁକ ପାଇଁ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଆଇଜି ଡଃ ସତ୍ୟଜିତ ନାୟକ ।

0 0

ପୁରୀ୨୨/୧୧(ପିପିଟି): ପଞ୍ଚୁକ ଅବସରରେ ଶ୍ରୀକ୍ଷେତ୍ରକୁ ଆସୁଥିବା ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ସୁନିଶ୍ଚିତ କରିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାୟକ, ଆଇପିଏସ୍, ପୁରୀ ଏସ୍‌ପି ଶ୍ରୀ ପ୍ରତୀକ ସିଂ, ଆଇପିଏସ୍‌ଙ୍କ ସହ ଅନ୍ୟ ବରିଷ୍ଠ ପୁଲିସ ଅଧିକାରୀମାନେ ଶ୍ରୀମନ୍ଦିର ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥା ଓ ପୁଲିସ ମୁତୟନର ସମୀକ୍ଷା କରିଛନ୍ତି। ପଞ୍ଚୁକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ, ପୁଲିସ କର୍ମଚାରୀଙ୍କ ସମନ୍ୱିତ ମୁତୟନ, ନିରନ୍ତର ନିରୀକ୍ଷଣ ଓ ଜରୁରୀ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହ ସମସ୍ତ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବାକୁ ଆଇଜି ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି। ଭକ୍ତଙ୍କ ସୁରକ୍ଷା, ଶାନ୍ତିଶୃଙ୍ଖଳା ଓ ମହାପ୍ରଭୁଙ୍କ ସୁଗମ ଦର୍ଶନକୁ ସର୍ବାଧିକ ପ୍ରାଥମିକତା ଦେଇ ପୁଲିସ ପ୍ରଶାସନ ସଜାଗ ରହିଥିବା ଜଣାପଡ଼ିଛି।

Leave A Reply

Your email address will not be published.