ବେଲଗୁଣ୍ଠା,୧୯/୧୧(ପିପିଟି): ବେଲଗୁଣ୍ଠା ସ୍ଥିତ ପଟେଲ୍ ରୋଡ଼୍ ପ୍ରାଥମିକ ବିଦ୍ୟାଳୟରେ ପ୍ରତିଯୋଗିତା ମାଧ୍ୟମରେ ଏକ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ମାମିନୀ ମହାପାତ୍ରଙ୍କ ଆବାହନ କ୍ରମେ ତଥା ପରିଚାଳନା କମିଟି ସଭାପତି ସତ୍ୟନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଏନ୍ଏସି କାର୍ଯ୍ୟ ନିର୍ବାହି ଅଧିକାରୀ ରାକେଶ କୁମାର ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଉଢୁରା କ୍ଳଷ୍ଟର୍ ସିଆରସିସି ରମେଶ କୁମାର ପାଣିଗ୍ରାହୀ ଏବଂ ବିଶିଷ୍ଟ ଅତିଥି ରୂପେ ସମାଜସେବୀ ଭି.ଦେବୀ ପ୍ରସାଦ ପାତ୍ର,ପୂର୍ବତନ କାଉନସିଲର୍ ଜିତେନ୍ଦ୍ର କୁମାର ସୁବୁଦ୍ଧି, ଅବସରପ୍ରାପ୍ତ ସେନା କର୍ମଚାରୀ ପ୍ରକାଶ ଚନ୍ଦ୍ର ଡାକୁଆ ପ୍ରମୁଖ ଯୋଗ ଦେଇ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସହକାରୀ ଶିକ୍ଷକ ଅଶୋକ କୁମାର ଜେନା ଏବଂ ଶିକ୍ଷୟିତ୍ରୀ ଗାୟତ୍ରୀ ବେହେରା, ଅଳକା ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।
(ରିପୋର୍ଟ- ସୁଶାନ୍ତ କୁମାର ବେହେରା। )