ପୋଲସରା,୧୩/୦୪ (ପିପିଟି) : ବୁଗୁଡା ପିପୁଲ୍ସ କଲେଜର ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ +୩ ପ୍ରଥମ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀମାନେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଏପ୍ରିଲ ୧୩ ତାରିଖ ଦିନ ଅପରାହ୍ନରେ ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ସୁଶାନ୍ତ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା କଲେଜର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏହି ବିଦାୟ ସମ୍ବର୍ଦ୍ଧନା ସଭାରେ କଲେଜର ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିଥିଲେ। ପଦାର୍ଥ ବିଜ୍ଞାନ ବିଭାଗର ପ୍ରଦର୍ଶକ ପ୍ରଦୀପ କୁମାର ପ୍ରଧାନ ଓ ବେରାର ସୁରଜ କୁମାର ଡାକୁଆ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଛାତ୍ର ସୁଭମ ଦଳାଇ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଛାତ୍ରୀ ମାମା ନାୟକ ଉଦଘାଟନୀ ସଙ୍ଗୀତ ଗାନ କରିଥିଲେ। ସମସ୍ତ ଅତିଥି ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ସିନିୟର ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ଦିଗଦର୍ଶନ ଓ ସ୍ନେହ ଶ୍ରୁତି ହୋଇ ରହିବ ବୋଲି କହି ଭାବ ବିହ୍ଵଳ ହୋଇ ବିଦାୟ ଦେଇଥିଲେ। ଛାତ୍ରୀ ସ୍ବାଗତିକା ସାହୁ ବିଦାୟ କାଳୀନ ସଙ୍ଗୀତ ପରିବେଷଣ କରିଥିବା ବେଳେ ଛାତ୍ର ସୁଭମ ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।
ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା