ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ।

0 247

ମାଲକାନଗିରି,୧୮/୦୫(ପିପିଟି):ମାଲକାନଗିରି ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଆଜି ପୂର୍ବାହ୍ନରେ ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲପାଳ ଵିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ପ୍ରସ୍ତାବ ଉପସ୍ଥାପନା କରିଥିଲେ । ଉକ୍ତ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ । ପ୍ରଥମେ ଜିଲ୍ଲା ଜିଲ୍ଲାପାଳ ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଓ. ଆର. ଏସ ପାକେଟ, ହଲୋଜେନ ବଟିକା , ବ୍ଲିଚିଙ୍ଗ ପାଉଡର, ଆମ୍ବୁଲାନ୍ସର ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅନ୍ୟାନ୍ୟ ବିଭାଗ ଯଥାକ୍ରମେ କୃଷି, ଯୋଗାଣ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ, ବିଦ୍ୟୁତ, ଜିଲ୍ଲା ପ୍ରାଣୀ ସମ୍ପଦ , ସମସ୍ତ ବ୍ଲକ ଅଧିକାରୀ, ସମସ୍ତ ତହସିଲଦାର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଯନ୍ତ୍ରୀ, ପୌରାଞ୍ଚଳ ଅଧିକାରୀଙ୍କୁ ଆବଶ୍ୟକ ପ୍ରସ୍ତୁତି ପାଇଁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଥିଲେ ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.