ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ହରଭଙ୍ଗୀ ଡ୍ୟାମ୍ର ୪ଟି ଗେଟ୍ ଖୋଲା ।

0 104

ମୋହନା, ୨୮/୧୦(ପିପିଟି): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବାରୁ ଗଜପତି ଜିଲ୍ଲାର ଅଡ଼ବା ଅଞ୍ଚଳରେ ଅବସ୍ଥିତ ହରଭଙ୍ଗୀ ଡ୍ୟାମ୍ର ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ପକ୍ଷରୁ ଡ୍ୟାମ୍ର ଆଠଟି ଗେଟ୍ ମଧ୍ୟରୁ ଚାରିଟି ଖୋଲାଯାଇ ବନ୍ୟାଜଳ ନିଷ୍କାସନ ଆରମ୍ଭ କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ଆହୁରି ବଢ଼ିବାର ଆଶଙ୍କା ଥିବାରୁ ବିଭାଗ ପକ୍ଷରୁ ଡ୍ୟାମ୍ର ସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି। ଆବଶ୍ୟକ ପଡ଼ିଲେ ଅଧିକ ଗେଟ୍ ଖୋଲାଯାଇ ଜଳ ନିଷ୍କାସନ କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଏଥିସହ ଡ୍ୟାମ୍ରୁ ଜଳ ନିଷ୍କାସନ ହେଉଥିବାରୁ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ବାତ୍ୟା ‘ଅର୍ଣ୍ଣବ’ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବଢ଼ୁଥିବାରୁ ଜଳସମ୍ପଦ ବିଭାଗ ପରିସ୍ଥିତି ଉପରେ ନଜର ରଖିଛି।

Leave A Reply

Your email address will not be published.