ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ।

0 392

କନ୍ଧମାଳ,୨୨/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

କନ୍ଧମାଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଓ ଜୈବିକ ଫସଲ ପାଇଁ କନ୍ଧମାଳ ଜିଲ୍ଲାର ଖୁବ୍‌ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ହେଉଛି ସୁନାର ଭୂମି। ଜୈବିକ ଫସଲ ବିଶେଷ କରି କନ୍ଧମାଳ ହଳଦୀ ଆଜି ସାରା ଦେଶରେ ଏକ ଲୋକପ୍ରିୟ ବ୍ରାଣ୍ଡ ଭାବରେ ପ୍ରତିଷ୍ଠା ଲାଭ କରିଛି। ଜୈବିକ ଫସଲ ପାଇଁ ଏବେ ଆଗ୍ରହ ବଢୁ ଥିବାରୁ ଏ କ୍ଷେତ୍ରରେ କନ୍ଧମାଳର ବହୁତ ସୁଯୋଗ ରହିଛି ବୋଲି ସେ କହିଥିଲେ।

Leave A Reply

Your email address will not be published.