ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ।

0 789

ପୁଡୁଚେରୀ;ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ । ଓଡିଆ ସାହିତ୍ୟର ମଉଡମଣୀ କୁହାଯାଉଥିବା ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ୮୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ଏବଂ ଲଗାତାର ଭାବେ ଚିକିତ୍ସାଧୀନ ଥିଲେ । ପୁଡୁଚେରୀ ସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନସିଂହୋମରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଛି । ୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ବର ଜିଲ୍ଲା ଶଙ୍ଖାରୀ ଗାଁରେ ଜନ୍ମ ଗ୍ରହଣ କରିଥିଲେ ମନୋଜ । ମନୋଜ ଦାସ ଏକାଧାରାରେ ଜଣେ ସାହିତ୍ୟିତ, ସମ୍ପାଦକ ଏବଂ ସ୍ତମ୍ଭକାର । ଓଡିଆ ସାହିତ୍ୟ ତଥା ଭାରତ ସାହିତ୍ୟ ପ୍ରତି ତାଙ୍କର ଅବଦାନ ଅବିସ୍ମରଣୀୟ । ସାହିତ୍ୟ ପ୍ରତି ଏକାଗ୍ରତା, ଭଲପାଇବା ଏବଂ ଅବଦାନ ପାଇଁ ୨୦୦୧ ମସିହାରେ ପଦ୍ମଶ୍ରୀ ଏବଂ ୨୦୨୦ ମସିହାରେ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଏହା ବାଦ ସାହିତ୍ୟ ଏକାଡେମୀ ଏବଂ ସରସ୍ବତୀ ସମ୍ମାନରେ ସମ୍ମାନୀତ ହୋଇସାରିଛନ୍ତି । ଅନେକ କାଳଜୟୀ ଉପନ୍ୟାସର ସ୍ରଷ୍ଟା ହେଉଛନ୍ତି ସାହିତ୍ୟିକ ମନୋଜ ଦାସ ।

Leave A Reply

Your email address will not be published.